ବାରିପଦା, ୧୬/୦୮(ପାଇକପୁଅ) ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ୭୯ ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରି ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ତ୍ୟାଗପୁତ ସାଧନାକୁ ସ୍ମରଣ କରିବା ସହିତ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରି ଯୋଜନା ଓ ଉନ୍ନୟନ ପ୍ରକଳ୍ପ ବିଷୟରେ ଉଲ୍ଲେଖ କରିବା ସହିତ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲ୍ଲାର ସାମଗ୍ରୀକ ବିକାଶ ପାଇଁ ସରକାର ସଦାସର୍ବଦା ଚେଷ୍ଟିତ ବୋଲି କହିଥିଲେ।ଉକ୍ତ ଜିଲ୍ଲା ସ୍ତରୀୟ ପ୍ୟାରେଡରେ ପୋଲିସ ବ୍ୟାଣ୍ଡକୁ ମିଶାଇ ୪୫ ଟି ଦଳ ଅଂଶ ଗ୍ରହଣ କରିଥିଲେ।ଏହି ଅବସରରେ ମୁଖ୍ୟ ଅତିଥି ବରିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଚକ୍ରଧର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ପ୍ୟାରେଡ ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥବା ଦଳ ମାନଙ୍କୁ ସିଲଡ଼ ପ୍ରଦାନ କରି ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମ ଜିଲ୍ଲାପାଳ ହେମକାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମରେ ବହୁ ସମ୍ମାନୀୟ ବ୍ୟକ୍ତି ଯୋଗଦେଇଥିଲେ।

