ମାଲକାନଗିରି,୧୭/୦୮ (ସୁଧାଂଶୁ ଶେଖର ମହାନ୍ତି)ମାଲକାନଗିରି ଜିଲ୍ଲାରେ ଆସନ୍ତା କାଲି ପାଣିପାଗ ବିଭାଗ ପକ୍ଷରୁ ରେଡ଼ ଆଲର୍ଟ ଜାରି କରାଯାଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି। ତେବେ ପିଲାମାନେ ବାହାରକୁ ନ ବାହାରି ନିଜ ନିଜ ଘରେ ସୁରକ୍ଷିତ ରୁହନ୍ତୁ କିନ୍ତୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଙ୍ଗନବାଡି କର୍ମୀ ନିଜ ନିଜ ବିଦ୍ୟାଳୟ ଏବଂ ଅଙ୍ଗନବାଡି କେନ୍ଦ୍ରରେ ଉପସ୍ଥିତ ରହିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଆଜି ରାତ୍ର ୯ଟା ସମୟରେ ଏକ ଚିଠି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରି ସୂଚନା ଦିଆଯାଇଛି।

