ମାଲକାନଗିରି, ୨୫/୮ (ସୁଧାଂଶୁ ଶେଖର ମହାନ୍ତି)ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର କୁନି କୁନି ପିଲାଙ୍କୁ ଭଲ ପାଉଥିବା ଶିକ୍ଷକ ଓ ଶିକ୍ଷାକୁ ବୃତ୍ତି ଭାବେ ବାଛି ନେଇଥିବା ଶିକ୍ଷକ ବସନ୍ତ କୁମାର ରଣା। ୨୦୨୫ ମସିହା ପାଇଁ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର। ମାଲକାନଗିରି ଜିଲ୍ଲାର କୋରୁକୋଣ୍ଡା ବ୍ଲକ ଶିକ୍ଷା ଅନ୍ତର୍ଗତ ସୋମନାଥପୁର ପଞ୍ଚାୟତର କଣ୍ଡେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କାର୍ଯ୍ୟରତ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ କୁମାର ରଣା ଚଳିତ ବର୍ଷ ପାଇଁ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସଦା ସର୍ବଦା ଚେଷ୍ଟିତ ଏହି ଶିକ୍ଷକ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସର୍ବଦା ଉତ୍ସର୍ଗୀକୃତ। ସେ ଏହି ପୁରସ୍କାର ପାଇଁ ୫୦ ହଜାର ଟଙ୍କାର ଅର୍ଥ ରାଶି ଏବଂ ମାନପତ୍ର ଆସନ୍ତା ୫ ସେପ୍ଟେମ୍ବର ୨୦୨୫ ଦିନ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଗ୍ରହଣ କରିବେ ବୋଲି ସୂଚନା ମିଳିଛି। ଏହି ଅବସରରେ ମାଲକାନଗିରି ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତ ରଞ୍ଜନ ପାଣିଗ୍ରାହୀ ଶିକ୍ଷକ ଶ୍ରୀ ରଣାଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।

