ମାଲକାନଗିରି,୦୭/୦୯:(ପାଇକପୁଅ)ଦେବଦୂତ ସାଜିଲେ ସ୍ବାସ୍ଥ୍ୟ ସୁପରଭାଇଜର । ଦୁର୍ଗମ ଅଂଚଳରୁ ଭାରରେ ବୋହି ଆଣିଲେ ୫ କିଲୋମିଟର । ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଦୁର୍ଗମ ତୁଳସୀ ଗାଁରୁ ଅସୁସ୍ଥ ଥିବା ମହିଳାଙ୍କୁ ରାସ୍ତା ଖରାପ ଯୋଗୁ ବୋହି ଆଣିଛନ୍ତି ସାଲିମି ସୁପରଭାଇଜର ହରେକୃଷ୍ଣ ପାତିକା । ତୁଳସୀ ଗାଁର ମଙ୍ଗଲଦେଇ ଦୁରୁଆ ଦୀର୍ଘଦିନ ରୁ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ଘରେ ରହିଥିଲେ । ବର୍ଷା ଯୋଗୁଁ ସ୍ବାସ୍ଥ୍ୟକେନ୍ଦ୍ର ଆସିବା ସମ୍ଭବ ନ ଥିଲା । ଗାଁ ଲୋକେ ମଙ୍ଗଳଦେଇଙ୍କୁ ଅଧାରାସ୍ତା ବୋହି ଆଣୁଥିଲେ । ସ୍ବାସ୍ଥ୍ୟ ଟିମ୍ ଗାଁ କୁ ଯାଇ ପାରୁନଥିବାରୁ ଉପାୟ ଶୂନ୍ୟ ହୋଇ ବାଧ୍ୟ ହୋଇ କାଦୁଆ ରାସ୍ତା ଯାଏଁ ସୁପରଭାଇଜର ପାତିକା ବୋହି ଗାଡି ଯାଏଁ ଆଣିଥିଲେ । ସେଠାରୁ ସ୍ବାସ୍ଥ୍ୟ ବିଭାଗର ଗାଡି ସହାୟତାରେ ମାଥିଲି ସବଡିଭିଜନ ମେଡିକାଲକୁ ଆଣି ଭର୍ତ୍ତି କରିଥିଲେ ।

