ଭୁବନେଶ୍ୱର,୦୬/୧୦(ପାଇକପୁଅ)ବିହାର ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ନଭେମ୍ବର ୬ ଏବଂ ୧୧ ତାରିଖରେ ଦୁଇଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ। ୧୪ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ। ସୋମବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି।ବିହାରରେ ୨୪୩ ବିଧାନସଭା ଆସନ ରହିଛି। ପର୍ଯ୍ୟାୟକ୍ରମେ ଏସବୁ ଆସନରେ ନିର୍ବାଚନ ଅନୁଷ୍ଠିତ ହେବ।
ଚଳିତ ନିର୍ବାଚନରେ ମୋଟ ୭ କୋଟି ୪୨ ଲକ୍ଷ ଭୋଟର ମତଦାନ କରିବେ। ସେମାନଙ୍କ ମଧ୍ୟରେ ପୁରୁଷ ମତଦାତାଙ୍କ ସଂଖ୍ୟା ୩ କୋଟି ୯୨ ଲକ୍ଷ ଏବଂ ମହିଳା ମତଦାତାଙ୍କ ସଂଖ୍ୟା ୩ କୋଟି ୫୦ ଲକ୍ଷ। ନିର୍ବାଚନ ପାଇଁ ୯୦ ହଜାର ୭୧୨ ମତଦାନ କେନ୍ଦ୍ର ହୋଇଛି।

