ବାରିପଦା,୧୦/୧୦(ପାଇକପୁଅ)ଜିଲ୍ଲା ସରକାରୀ ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରରେ ଥିବା ସମ୍ମିଳନୀ କକ୍ଷରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ତଥା ସ୍ୱାସ୍ଥ୍ୟ ଅଧିକ୍ଷକ ଡାକ୍ତର ସୁବାସ ନାୟକଙ୍କ ଅଧ୍ୟକ୍ଷତାରେ ବିଶ୍ବ ଦୃଷ୍ଟି ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଶାନ୍ତନୁ ଦାସ, ଡାକ୍ତର ବିଜୟ କୁମାର ଦାସ, ଡାକ୍ତର ସୁନନ୍ଦା ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବରିଷ୍ଠ ଚକ୍ଷୁ ରୋଗ ବିଶେଷଜ୍ଞ ଡାକ୍ତର ମିତା ମିଶ୍ର, ବାରିପଦା ଏ.ଏନ.ଏମ ତାଲିମ କେନ୍ଦ୍ରର ଭାରପ୍ରାପ୍ତ ଅଧ୍ୟକ୍ଷା ଭାରତୀ ଆରୁଖ, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଧନୁରାମ ମୁର୍ମୁ ,ତାଲିମ କେନ୍ଦ୍ରର ପ୍ରଶିକ୍ଷୀକା ଏବଂ ଏ ଏନ ଏମ ଛାତ୍ରୀ ମାନେ ଉପସ୍ଥିତ ଥିଲେ। ସଭା ପ୍ରାରମ୍ଭରେ ଡାକ୍ତର ସୁବାସ ନାୟକ ସମସଙ୍କୁ ସ୍ୱାଗତ କରିବା ସହ ଏହି ଦିବସ ପାଳନର ଆଭିମୁଖ୍ୟ ସମ୍ଭନ୍ଧରେ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗଯୋଗ ଅଧିକାରୀ ଧନୁରାମ ମୁର୍ମୁ ପରିଚାଳନା କରିଥିବା ବେଳେ,ସହକାରୀ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଗଣେଶ୍ୱର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

