ନୂଆଦିଲ୍ଲୀ, ୨୪/୧୧(ପାଇକପୁଅ )ଭାରତର ୫୩ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।ଅନ୍ୟ ମାନଙ୍କ ମଧ୍ୟରେ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ୍, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, ଲୋକସଭା ବାଚସ୍ପତି ଓମ୍ ବିର୍ଲା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଉପସ୍ଥିତ ଥିଲେ।ସିଜେଆଇ ଭାବରେ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ କାର୍ଯ୍ୟକାଳ ପ୍ରାୟ ଦେଢ଼ ବର୍ଷ ହେବ। ସେ ୯ ଫେବୃଆରୀ, ୨୦୨୭ ରେ ଅବସର ଗ୍ରହଣ କରିବେ।

