ଭୁବନେଶ୍ୱର, ୨୭/୧୧(ପାଇକପୁଅ): ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଏହା ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବାବେଳେ ଏହି ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିଛି। ପ୍ରଥମେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ସଦସ୍ୟ ହେମେନ୍ଦ୍ର ମହାପାତ୍ର , କୃଷ୍ଣଚନ୍ଦ୍ର ମଲ୍ଲିକ ଏବଂ ପୂର୍ବତନ କନଷ୍ଟେବଳ ସରୋଜ ପ୍ରଧାନଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡା।ନୀରବ ପ୍ରାର୍ଥନା ପରେ ବାଚସ୍ପତି ପାଢ଼ୀ ସୁରମା ଅପରାହ୍ନ ୪ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ଅପରାହ୍ଣରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ।

