ଭୁବନେଶ୍ୱର, ୦୩/୧୨(ପାଇକପୁଅ)ଓଡ଼ିଶା ହସ୍ତତନ୍ତ୍ରର ବ୍ରାଣ୍ଡ ଆମ୍ବାସାଡାର ଭାବେ ବଲିଉଡ୍ ଅଭିନେତ୍ରୀ ଶ୍ରୀମତୀ ମାଧୁରୀ ଦିକ୍ଷୀତ ନେଇଛନ୍ତି ୧ କୋଟି ୬୦ ଲକ୍ଷ । ଏହାସହିତ ଯିବା ଆସିବାର ବିମାନ ଟିକେଟ, ରହିବା ଓ ଖାଇବା ବ୍ୟବସ୍ଥା ମଧ୍ୟ କରିଥିଲେ ରାଜ୍ୟ ସରକାର । ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ।ସେ କହିଛନ୍ତି ଯେ, ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ ଅଭିନେତ୍ରୀ ଶ୍ରୀମତୀ ମାଧୁରୀ ଦିକ୍ଷୀତଙ୍କୁ ୨୦୨୫ରେ ନିଯୁକ୍ତି କରାଯାଇଅଛି । ଏହି ନିଯୁକ୍ତି ପାଇଁ ମାଧୁରୀଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଅଛି । ତାଙ୍କ ପାଇଁ ଯିବା ଆସିବା ଫ୍ଲାଇଟ ଟିକେଟ, ରହିବା ଏବଂ ଖାଇବା ବ୍ୟବସ୍ଥା କରାଯାଇଛି । ଯାହାଦ୍ଵାରା ଓଡିଶା ବୁଣାକାର ମାନଙ୍କର ସାମାଜିକ ଓ ଆର୍ଥିକ ମାନଦଣ୍ଡରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିବ ।

