ଭୁବନେଶ୍ୱର, ୧୮/୦୨(ପାଇକପୁଅ)ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ । ଏ ନେଇ ନିର୍ବାଚନ ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଏପ୍ରିଲରେ ରାଜ୍ୟସଭାରେ ୧୦ଟି ରାଜ୍ୟର ଖାଲି ହେବାକୁ ଥିବା ୩୭ ଆସନ ପାଇଁ ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ । ଫେବୃଆରୀ ୨୬ ରେ ବିଜ୍ଞପ୍ତି ପ୍ରକାଶ ପାଇବ । ମାର୍ଚ୍ଚ ୫ ତାରିଖ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ରହିଛି । ମାର୍ଚ୍ଚ ୬ ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ମାର୍ଚ୍ଚ ୯ରେ ଅନିଚ୍ଛୁକ ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ଏହା ପରେ ୧୬ ମାର୍ଚ୍ଚରେ ନିର୍ବାଚନ ଅନୁଷ୍ଠିତ ହେବେ । ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯିବ । ମାର୍ଚ୍ଚ ୨୦ରେ ନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ ।
