ମାଲକାନଗିରି,୧୦/୦୪ (ସୁଧାଂଶୁ ଶେଖର ମହାନ୍ତି) ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଆପନମାଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଚିତ୍ରକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ସୁଶ୍ରୀ ଗାୟତ୍ରୀ ଦେବୀଙ୍କ ସଭାପତିତ୍ଵରେ ବିଦ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ, ମୁଖ୍ୟ ବକ୍ତା ରୂପେ ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ବିନାୟକ ପାତ୍ର, ସ୍ଵତନ୍ତ୍ର ସମ୍ମାନିତ ଅତିଥି ଭାବେ କୋରୁକୋଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମୂଲ୍ୟ କୁମାର ସାହୁ, ଗୋଷ୍ଠୀ ଶିକ୍ଷାଧିକାରୀ ଅସିତ ମିସ୍ତ୍ରୀ ଯୋଗ ଦେଇଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ସଭାପତି ଅଶୋକ ମିଶ୍ର, ସମ୍ପାଦକ ବି ଶ୍ରୀନିବାସ ପାତ୍ର, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କଣ୍ଡେଲ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବସନ୍ତ ରଣା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଲକ୍ଷ୍ମଣ ଶିଶା ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଶେଷଦେବ ପ୍ରଧାନ। ଏହି ଅବସରରେ ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଵଳନ ପରେ ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଶ୍ରୀ ମାହାଳି ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। ପରେ ପରେ ଅତିଥି ମାନେ ନିଜର ଅଭିଭାଷଣ ପ୍ରଦାନ କରି ବିଦ୍ୟାଳୟର ଉତ୍ତମ ପରିବେଶ, ଶିକ୍ଷକ ଶିକ୍ଷୟତ୍ରୀଙ୍କ ସହ ଅଭିଭାବକଙ୍କ ଦାୟିତ୍ୱ ଓ ଛାତ୍ର ଛାତ୍ରୀଙ୍କ ଉତ୍ତମ ଭବିଷ୍ୟତକୁ ନେଇ ମନ୍ତବ୍ୟ ପ୍ରକାଶ କରିଥିଲେ। ବାର୍ଷିକ ଉତ୍ସବ ପାଇଁ ପୂର୍ବରୁ ହୋଇଥିବା ବିଭିନ୍ନ କ୍ରୀଡା ପ୍ରତିଯୋଗୀତା ଓ ଉତ୍ତମ ପ୍ରଦର୍ଶନକାରୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରଯାଇଥିଲା। କୁନି କୁନି ଛାତ୍ର ଛାତ୍ରୀ ମାନେ ଏହି ଅବସରରେ ନିଜର ନୃତ୍ୟ କଳାରେ ସମସ୍ତଙ୍କୁ ଆକର୍ଷିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷକ ନିତାଇ ରାୟ, ସହକାରୀ ଶିକ୍ଷୟତ୍ରୀ ରଶ୍ମିତା ଜାଲି, ଶ୍ରଦ୍ଧାଞ୍ଜଳି ମଲ୍ଲିକ, ସୌଦାମିନୀ ମହାରଣା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

